ଭୁବନେଶ୍ୱର: ସ୍କୁଲ ଖୋଲିବା ଆବଶ୍ୟକ ବୋଲି ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସୁଶ୍ରୀ ସନ୍ଧ୍ୟାବତୀ ପ୍ରଧାନ କହିଛନ୍ତି। ସେ କହିଛନ୍ତି, ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ପାଇଁ ରାଜ୍ୟ ସରକାର ଓ ଗଣଶିକ୍ଷା ବିଭାଗକୁ ସୁପାରିସ କରିବି। ପ୍ରାଥମିକ ଶିକ୍ଷା ହେଉଛି ମୂଳଦୁଆ। ମୂଳଦୁଆ ବିଗିଡିଗଲେ ଉଚ୍ଚ ଶ୍ରେଣୀରେ ବହୁତ ଅସୁବିଧା ହେବ। ଛୋଟ ପିଲାମାନଙ୍କର ରୋଗ ପ୍ରତିରୋଧକ ଶକ୍ତି ଅଧିକ ରହିଥାଏ, ତେଣୁ ପ୍ରଥମଠାରୁ ପଞ୍ଚମ ଶ୍ରେଣୀ ଖୋଲିଲେ କୌଣସି ଅସୁବିଧା ହେବ ନାହିଁ। ତା’ଛଡ଼ା ଶିଶୁଙ୍କ ପାଇଁ ଟିକା ମଧ୍ୟ ଖୁବ ଶୀଘ୍ର ଆସିବ।
ସ୍କୁଲ ବୁଲିବ କୋଭିଡ ସଚେତନତା ରଥ। ରାଜ୍ୟରେ ବିଦ୍ୟାଳୟ ଖୋଲିବା ପରେ ସଚେତନତା ଓ ସୁରକ୍ଷା ନେଇ ହେବ ଅଭିଯାନ। ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ପ୍ରତିଷ୍ଠା ଦିବସ ଅବସରରେ ଗତ ୧ ତାରିଖରୁ ୪୦ ଦିନିଆ ଏହି କାର୍ଯ୍ୟକ୍ରମ ଜାରି ରହିଥିବା ବେଳେ ଆସନ୍ତା ୧୯ ତାରିଖରୁ ସ୍ବତନ୍ତ୍ର ଭ୍ରାମ୍ୟମାଣ ଭ୍ୟାନର ଶୁଭାରମ୍ଭ ହେବ, ଯାହା ଭୁବନେଶ୍ୱରରୁ ଆରମ୍ଭ କରି ରାଜ୍ୟର ସମସ୍ତ ଜିଲ୍ଲାରେ ବୁଲିବୁଲି ଶିଶୁମାନଙ୍କ ସୁରକ୍ଷା ଓ ସଚେତନତା ଦିଗରେ ବାର୍ତ୍ତା ଦେବ। ଏହାସହ ରାଜଧାନୀରେ ରାଜ୍ୟସ୍ତରୀୟ ଏକ ଚାଇଲ୍ଡ ଆସେମ୍ବଲି ବା ଶିଶୁ ବିଧାନସଭାର ଆୟୋଜନ କରାଯିବ। ଏଥିରେ ସାରା ରାଜ୍ୟରୁ ଶିଶୁମାନଙ୍କୁ ସାମିଲ କରାଯିବା ସହ ସେମାନଙ୍କ ଦକ୍ଷତା ଓ ମାନସିକତା ପରଖିବ ଆୟୋଗ।

ସେହିପରି ବିଧାୟକମାନଙ୍କୁ ନେଇ ମଧ୍ୟ ଏକ ପରାମର୍ଶଦାତା ବୈଠକ ଆୟୋଜନ କରାଯିବ। ଡିସେମ୍ବର ୧୦ ତାରିଖରେ ୪୦ ଦିନିଆ ଅଭିଯାନ ଶେଷ ହେଉଥିବା ବେଳେ ସମସ୍ତ କାର୍ଯ୍ୟକ୍ରମ ଏହାରି ଭିତରେ ଶେଷ କରିବାକୁ ଲକ୍ଷ୍ୟ ରହିଥିବା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସୁଶ୍ରୀ ସନ୍ଧ୍ୟାବତୀ ପ୍ରଧାନ କହିଛନ୍ତି।

The post ସ୍କୁଲ ଖୋଲିବା ଆବଶ୍ୟକ: ପ୍ରଥମଠାରୁ ପଞ୍ଚମ ଶ୍ରେଣୀ ଖୋଲିଲେ କୌଣସି ଅସୁବିଧା ହେବ ନାହିଁ first appeared on Sambad.

from କରୋନା | Sambad https://ift.tt/3bKxm1i