
ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୯ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୪୦୦ରୁ କିଛି ଅଧିକ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୨୮୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୩୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୫,୩୫,୭୬୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୪୩୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୬,୫୮୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦,୯୪୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୯,୫୭,୬୯୮।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୧୧,୪୮୧। ଏହା ମଧ୍ୟ ୫୩୭ ଦିନ ମଧ୍ୟରେ ସର୍ବନିମ୍ନ ବୋଲି ସ୍ବାସ୍ଥ୍ୟ ବିଭାଗ କହିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୧୮,୪୪,୨୩,୫୭୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ପରୀକ୍ଷା କରାଯାଇଛି ୧୧,୫୭,୬୯୭ଟି ନମୁନା।
The post ୨୪ ଘଣ୍ଟାରେ ଭାରତରେ ୯,୨୮୩ କୋଭିଡ୍-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୪୩୭ first appeared on Sambad.from କରୋନା | Sambad https://ift.tt/3HS3XRm
0 Comments