ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ ମହାମାରୀରୁ ୪୪୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ଏଥିରେ ୧୭୯ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୨୬ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୪୦ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ବୌଦ୍ଧ, ଜଗତସିଂହପୁର ଜିଲ୍ଲାରୁ ୨୫-୨୫ ଜଣ, ସମ୍ବଲପୁରରୁ ୧୭, ଭଦ୍ରକରୁ ୧୩, ଯାଜପୁର, କେନ୍ଦ୍ରାପଡ଼ାରୁ ୧୧ ଜଣ ଲେଖାଏଁ, ଦେବଗଡ଼, ନୂଆପଡ଼ା ଓ ରାୟଗଡ଼ାରୁ ୯-୯ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ପୁରୀରୁ ୭, ବାଲେଶ୍ୱରରୁ ୬, ସୁନ୍ଦରଗଡ଼ରୁ ୫, ଗଂଜାମ, କେନ୍ଦୁଝର, କୋରାପୁଟରୁ ୨ ଜଣ ଲେଖାଏଁ, ଅନୁଗୁଳ, ବରଗଡ଼, ବଲାଙ୍ଗୀର, ଝାରସୁଗଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୪୩ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୪୪୧ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୯ first appeared on Sambad.

from କରୋନା | Sambad https://ift.tt/3nS9XAp