ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୧ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, ଖୋର୍ଦ୍ଧାରୁ ୯୦ ଜଣ, କୋରାପୁଟରୁ ୨ ଜଣ, ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୯ ଜଣ, ସମ୍ୱଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୩୯ ଜଣ ଓ ଷ୍ଟେଟ ପୁଲରୁ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୭ ହଜାର ୩୮୬  ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୬ ହଜାର ୭୪୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୧୯୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୧୨ କରୋନା ପଜିଟିଭ୍ ଚିହ୍ନଟ: ସୁନ୍ଦରଗଡ଼ରେ ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା first appeared on Sambad.

from କରୋନା | Sambad https://ift.tt/3HJdv1d