ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ ମହାମାରୀରୁ ୪୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ଏଥିରେ ୨୦୭ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୮୮୯ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବାଲେଶ୍ୱର, ଦେବଗଡ଼ରୁ ୧୫-୧୫, ମୟୂରଭଂଜରୁ ୧୩, ରାୟଗଡ଼ା, ସୁନ୍ଦରଗଡ଼ରୁ ୧୨ ଜଣ ଲେଖାଏଁ, ଭଦ୍ରକରୁ ୧୧, କେନ୍ଦ୍ରାପଡ଼ାରୁ ୧୦, ଢେଙ୍କାନାଳ, ପୁରୀ, ସମ୍ବଲପୁର ଓ ଯାଜପୁରରୁ ୮-୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।

ସେହିପରି ଜଗତସିଂହପୁରରୁ ୭, ବରଗଡ଼, ନୟାଗଡ଼ରୁ ୬-୬, ଝାରସୁଗୁଡ଼ାରୁ ୩, ଗଂଜାମ, କଳାହାଣ୍ଡିରୁ ୨-୨, ଅନୁଗୁଳ, କୋରାପୁଟ, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୪୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୪୪୭ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୨ first appeared on Sambad.

from କରୋନା | Sambad https://ift.tt/3mHlzqO