ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଭାଇରସ ମହାମାରୀରୁ ୪୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ଏଥିରେ ୨୧୪ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୪୪୨ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୩୫ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ୧୬, ମୟୂରଭଂଜରୁ ୧୪, ବାଲେଶ୍ୱରରୁ ୧୩, ଯାଜପୁରରୁ ୧୧, ଜଗତସିଂହପୁରରୁ ୧୦, ପୁରୀରୁ ୮, କେନ୍ଦ୍ରାପଡ଼ାରୁ ୭, ଗଜପତି ଓ ନୂଆପଡ଼ାରୁ ୬ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଅନୁଗୁଳ ଜିଲ୍ଲାରୁ ୫, କେନ୍ଦୁଝର, ନୟାଗଡ଼, ରାୟଗଡ଼ାରୁ ୪ ଜଣ ଲେଖାଏଁ, ଗଂଜାମ, ସୁନ୍ଦରଗଡ଼ରୁ ୩-୩, ଭଦ୍ରକ, ଦେବଗଡ଼ରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ଝାରସୁଗୁଡ଼ା, କୋରାପୁଟ, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୪୫ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୪୧୬ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୪ first appeared on Sambad.

from କରୋନା | Sambad https://ift.tt/3BGXN2g