ରାଜଧାନୀରୁ ୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସଂଖ୍ୟା ଧୀରେଧୀରେ କମିକମି ଆସୁଛି। ଗତକାଲି ରାଜ୍ୟ ରାଜଧାନୀରେ ୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ରାଜ୍ୟ ରାଜଧାନୀ‌ରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦ରୁ ତଳକୁ ଖସି ଆସିଥିବା ଏକ ପ୍ରକାର ଆଶ୍ବସ୍ତିର ଖବର ବୋଲି କୁହାଯାଇପାରେ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୧୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୧ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୭ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୨୦୯୮୬ଜଣ ଚିହ୍ନଟ ହୋଇଥିବା ବେଳେ ୧୧୮୫୦୨ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୧୩୭୮ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୮୫ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

The post ରାଜଧାନୀରୁ ୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/3HWHant

Post a Comment

0 Comments