
ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୨ ହଜାରରୁ କିଛି କମ୍ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩୦୦ରୁ ଅଧିକ ଅଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୯୦୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୧୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୩,୦୮,୧୪୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୧୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୯,୧୯୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୧୫୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୬,୯୭,୭୪୦।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୫୧,୨୦୯। ଗତ ୨୫୨ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ସଂକ୍ରମଣ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୭,୨୯,୬୬,୩୧୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୪୧,୧୬,୨୩୦ ଡୋଜ୍ ଟିକା।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ନଭେମ୍ବର ୨ ତାରିଖ ସୁଦ୍ଧା ସମୁଦାୟ ୬.୧୨ କୋଟି ପରୀକ୍ଷା କରାଯାଇଛି।
The post ୨୪ ଘଣ୍ଟାରେ ଭାରତରେ ୧୧,୯୦୩ କୋଭିଡ୍-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୩୧୧ first appeared on Sambad.from କରୋନା | Sambad https://ift.tt/3q5Cvcu
0 Comments