ଭୁବନେଶ୍ୱର: ରାଜ୍ୟରେ ଆଜି ୨୦୩ ଜଣ ଆକ୍ରାନ୍ତ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୭ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୫୦୯ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ସମ୍ବଲପୁର ଜିଲ୍ଲାରୁ ୧୩ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। କଟକ, ସୁନ୍ଦରଗଡ଼ରୁ ୭-୭ ଜଣ, ଯାଜପୁରରୁ ୬, ମୟୂରଭଂଜ, ପୁରୀରୁ ୫-୫ ଜଣ, ଜଗତସିଂହପୁର, କେନ୍ଦ୍ରାପଡ଼ାରୁ ୪-୪, ଗଂଜାମରୁ ୩, ଭଦ୍ରକ, ରାୟଗଡ଼ାରୁ ୨-୨ ଜଣ, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନୟାଗଡ଼, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୨୪ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ୨୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।  ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୦୩ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୭ first appeared on Sambad.

from କରୋନା | Sambad https://ift.tt/3o5mpy8