
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨ଜଣ, ବାଲେଶ୍ବରରୁ ୬ଜଣ, ବରଗଡ଼ରୁ ଜଣେ, ଭଦ୍ରକ ଜିଲ୍ଲାରୁ ୭ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୯ ଜଣ, ଢେଙ୍କାନାଳରୁ ୩ଜଣ, ଗଜପତିରୁ ୨ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୯ ଜଣ, ଯାଜପୁରରୁ ୧୩ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କଳାହାଣ୍ଡିରୁ ୨ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୧୬୯ ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୩ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ଜଣେ, ସମ୍ୱଲପୁରରୁ ୧୦ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
Covid-19 Report For 2nd November
New Positive Cases: 322
Of which 0-18 years: 42
In quarantine: 187
Local contacts: 135(Details of local contacts will be shared by concerned District)
1. Angul: 2
2. Balasore: 6
3. Bargarh: 1
4. Bhadrak: 7
5. Boudh: 1
6. Cuttack: 19— I & PR Department, Odisha (@IPR_Odisha) November 3, 2021
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୨ ହଜାର ୪୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୦ହଜାର ୦୨୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୦୦୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ରାଜ୍ୟରେ ୩୨୨ ନୂଆ କରୋନା ପଜିଟିଭ୍ ଚିହ୍ନଟ, ୪୨ ଜଣ ଶିଶୁ ଓ କିଶୋର ସଂକ୍ରମିତ first appeared on Sambad.from କରୋନା | Sambad https://ift.tt/3BGC0rm
0 Comments