ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ସାଢ଼େ ୮ ହଜାର ପାଖାପାଖି ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨୫୦ରୁ କମ୍ ରହିଛି। ଗତ ୫୩୮ ଦିନରେ ଆଜି ଦେଶର ସଂକ୍ରମଣ ସଂଖ୍ୟା ସର୍ବନିମ୍ନ ବୋଲି ଉଲ୍ଲେଖ କରାଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮,୪୮୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୪୯ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୫,୧୮,୯୦୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୪୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୫,୯୨୧ରେ ପହଞ୍ଚିଛି।

Image Courtesy of India TV News

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୫୧୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୯,୩୪,୫୪୭।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୧୮,୪୪୩। ଏହା ମଧ୍ୟ ୫୩୪ ଦିନ ମଧ୍ୟରେ ସର୍ବନିମ୍ନ ବୋଲି ସ୍ବାସ୍ଥ୍ୟ ବିଭାଗ କହିଛି।

Image Courtesy of Deccan Herald

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୧୬,୮୭,୨୮,୩୮୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୩,୨୫,୨୪,୨୫୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୭,୮୩,୫୬୭ଟି ନମୁନା।

The post ୫୩୮ ଦିନରେ ଦେଶର କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ସର୍ବନିମ୍ନ: ୨୪ ଘଣ୍ଟାରେ ୮,୪୮୮ ଆକ୍ରାନ୍ତ; ୨୪୯ମୃତ first appeared on Sambad.

from କରୋନା | Sambad https://ift.tt/3oSFQJR