ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୨ ହଜାରରୁ ଯଥେଷ୍ଟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨୦୦ରୁ ସାମାନ୍ୟ ଅଧିକ ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୭୨୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୨୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୩,୩୩,୭୫୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୨୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୯,୮୭୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୧୬୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୭,୨୪,୯୫୯।

Image Courtesy of Mint

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୪୮,୯୨୨।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୭,୭୦,୪୬,୧୧୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୭,୩୧,୬୭୬ ଡୋଜ୍‌ ଟିକା।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ନଭେମ୍ବର ୪ ତାରିଖ ସୁଦ୍ଧା ସମୁଦାୟ ୬୧,୩୦,୧୭,୬୧୪ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୬,୭୦,୮୪୭ଟି ନମୁନା।

The post ୨୪ ଘଣ୍ଟାରେ ଭାରତରେ ୧୨,୭୨୯ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୨୨୧ first appeared on Sambad.

from କରୋନା | Sambad https://ift.tt/3COk93k