ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୮ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୫୦୦ରୁ କମ୍ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮,୩୧୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୬୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୫,୬୩,୭୪୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୪୬୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୭,୯୩୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦,୯୬୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୯,୮୮,୭୯୭।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୦୭,୦୧୯।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୨୧,୦୬,୫୮,୨୬୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୩,୮୨,୪୭,୮୮୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୯,୬୯,୩୫୪ଟି ନମୁନା।
The post ୨୪ ଘଣ୍ଟାରେ ଭାରତରେ ୮,୩୧୮ କୋଭିଡ୍-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୪୬୫ first appeared on Sambad.from କରୋନା | Sambad https://ift.tt/3cQYRXo
0 Comments