
ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୦ ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ପ୍ରାୟ ୩୦୦ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୧୯୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୦୧ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୪,୬୬,୫୯୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୦୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୪,୧୫୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୧୩୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୮,୭୩,୮୯୦।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୨୮,୫୫୫। ୫୨୭ ଦିନ ମଧ୍ୟରେ ଏହା ହେଉଛି ଦେଶରେ ସବୁଠୁ କମ୍ ସକ୍ରିୟ ସଙ୍କ୍ରମଣ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୧୩,୬୮,୭୯,୬୮୫ କୋଟି ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୨,୭୦,୧୬,୩୩୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୨,୪୨,୧୭୭ଟି ନମୁନା।
The post ୨୪ ଘଣ୍ଟାରେ ଭାରତରେ ୧୦,୧୯୭ କୋଭିଡ୍-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୩୦୧ first appeared on Sambad.from କରୋନା | Sambad https://ift.tt/30ujiHf
0 Comments