
ଭୁବନେଶ୍ୱର: ରାଜ୍ୟରେ ଆଜି ୨୫୫ ଜଣ ଆକ୍ରାନ୍ତ କରୋନା ଭାଇରସ୍ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୮ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୮୬୪ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ମୟୂରଭଂଜ ଜିଲ୍ଲାରୁ ୨୮ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। କଟକରୁ ୨୦, ବାଲେଶ୍ୱରରୁ ୧୦, ସୁନ୍ଦରଗଡ଼ରୁ ୮, ଜଗତସିଂହପୁର, ପୁରୀରୁ ୭-୭, ଯାଜପୁର, ସମ୍ବଲପୁରରୁ ୬-୬, କେନ୍ଦ୍ରାପଡ଼ାରୁ ୪, ଭଦ୍ରକ, ନୟାଗଡ଼ରୁ ୩-୩, ଅନୁଗୁଳ, ଗଂଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ରୁ ୨ଜଣ ଲେଖାଏଁ, ଦେବଗଡ଼ରୁ ଜଣେ ଓ ରାଜ୍ୟପୁଲରୁ ୨୮ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୫୫ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୮ first appeared on Sambad.from କରୋନା | Sambad https://ift.tt/3I1GZr2
0 Comments