ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୦ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩୦୦ରୁ କିଛି କମ୍‌ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୩୦୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୬୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୪,୯୯,୯୨୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୬୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୫,୩୪୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧,୭୮୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୯,୦୯,୭୦୮।

Image Courtesy of Free Press Journal

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୨୪,୮୬୮। ୫୩୧ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୧୫,୭୯,୬୯,୨୪୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୩,୦୫,୭୫,୨୭୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୦,୭୨,୮୬୩ଟି ନମୁନା।

The post ୨୪ ଘଣ୍ଟାରେ ଭାରତରେ ୧୦,୩୦୨ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୨୬୭ first appeared on Sambad.

from କରୋନା | Sambad https://ift.tt/3oJRiHy