
ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୧ ହଜାରରୁ ଯଥେଷ୍ଟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୫୦୦ରୁ କିଛି କମ୍ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୯୧୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୭୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୪,୭୮,୫୧୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୪୭୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍–୧୯ଜନିତ ମୃତ୍ୟୁସଂଖ୍ୟା ୪,୬୪,୨୬୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍–୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧,୨୪୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୮,୮୫,୧୩୨।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୨୮,୭୬୨।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୧୪,୪୬,୩୨,୮୫୧ କୋଟି ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୭୩,୪୪,୭୩୯।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୨,୮୨,୪୮,୮୪୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୨,୩୨,୫୦୫ଟି ନମୁନା।
The post ୨୪ ଘଣ୍ଟାରେ ଭାରତରେ ୧୧,୯୧୯ କୋଭିଡ୍-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୪୭୦ first appeared on Sambad.from କରୋନା | Sambad https://ift.tt/3Cta2QD
0 Comments