୨୪ ଘଣ୍ଟାରେ ଭାରତରେ ୧୨,୮୮୫ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୪୬୧

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୨ ହଜାରରୁ ବହୁତ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୪୦୦ରୁ ଯଥେଷ୍ଟ ଅଧିକ ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୮୮୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ  ୪୬୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୩,୨୧,୦୨୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୬୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୯,୬୫୨ରେ ପହଞ୍ଚିଛି।

Image Courtesy of Scroll.in

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫,୦୫୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୭,୧୨,୭୯୪।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୪୮,୫୭୯।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୭,୬୩,୧୪,୪୪୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।  ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୩୦,୯୦,୯୨୦ ଡୋଜ୍‌ ଟିକା।

The post ୨୪ ଘଣ୍ଟାରେ ଭାରତରେ ୧୨,୮୮୫ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୪୬୧ first appeared on Sambad.

from କରୋନା | Sambad https://ift.tt/3k5qMqG

Post a Comment

0 Comments