ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୧ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୫ ଜଣ, ଭଦ୍ରକରୁ ୧ ଜଣ, ବରଗଡ଼ରୁ ୪ ଜଣ, କଟକରୁ ୧୪ ଜଣ, ଦେବଗଡ଼ରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୪ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୧୨୭ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୨୬ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୫ ଜଣ,  ସମ୍ୱଲପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ ପୁଲରୁ ୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୮ ହଜାର ୪୯୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୭ ହଜାର ୬୦୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୪୨୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ, ୪୧ ଶିଶୁ ଓ କିଶୋର ଆକ୍ରାନ୍ତ first appeared on Sambad.

from କରୋନା | Sambad https://ift.tt/3FOi6NR