ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୧ ହଜାରରୁ ଯଥେଷ୍ଟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫୦୦ରୁ ଯଥେଷ୍ଟ ଅଧିକ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୮୫୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୫୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୪,୨୬,୦୩୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୫୫୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍–୧୯ଜନିତ ମୃତ୍ୟୁସଂଖ୍ୟା ୪,୬୩,୨୪୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍–୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୪୦୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୮,୨୬,୪୮୩।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୩୬,୩୦୮। ୨୭୪ ଦିନ ମଧ୍ୟରେ ଏହା ହେଉଛି ଦେଶରେ ସବୁଠୁ କମ୍ ସକ୍ରିୟ ସଙ୍କ୍ରମଣ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୧୧,୪୦,୪୮,୧୩୪ କୋଟି ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତକାଲି ଦିଆଯାଇଛି ୫୮ ଲକ୍ଷରୁ ଅଧିକ ଡୋଜ୍ ଟିକା।
ସୂଚନାଯୋଗ୍ୟ, ୨୦୨୦ ଅଗଷ୍ଟ ୭ରେ ଭାରତରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨୦ ଲକ୍ଷ, ଅଗଷ୍ଟ ୨୩ରେ ୩୦ ଲକ୍ଷ, ସେପ୍ଟେମ୍ବର ୫ରେ ୪୦ ଲକ୍ଷ, ସେପ୍ଟେମ୍ବର ୧୬ରେ ୫୦ ଲକ୍ଷ, ସେପ୍ଟେମ୍ବର ୨୮ରେ ୬୦ ଲକ୍ଷ, ଅକ୍ଟୋବର ୧୧ରେ ୭୦ ଲକ୍ଷ, ଅକ୍ଟୋବର ୨୯ରେ ୮୦ ଲକ୍ଷ, ନଭେମ୍ବର ୨୦ରେ ୯୦ ଲକ୍ଷ ଏବଂ ଡିସେମ୍ବର ୧୯ରେ ୧କୋଟି ଟପିଥିଲା।
The post ୨୪ ଘଣ୍ଟାରେ ଭାରତରେ ୧୧,୮୫୦ କୋଭିଡ୍-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୫୫୫ first appeared on Sambad.from କରୋନା | Sambad https://ift.tt/31ZbCNt
0 Comments