ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୦ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୧୦୦ରୁ ସାମାନ୍ୟ ଅଧିକ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୨୨୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୨୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୪,୪୭,୫୩୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୨୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୩,୬୫୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧,୯୨୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୮,୪୯,୭୫୮।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୩୪,୦୯୬। ୫୨୩ ଦିନ ମଧ୍ୟରେ ଏହା ହେଉଛି ଦେଶରେ ସବୁଠୁ କମ୍ ସକ୍ରିୟ ସଙ୍କ୍ରମଣ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୧୨,୩୪,୩୦,୪୭୮ କୋଟି ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୩୦,୨୦,୧୧୯ ଡୋଜ୍ ଟିକା।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, ଗତକାଲି ୯,୧୫,୧୯୮ଟି ନମୁନା ପରୀକ୍ଷା କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ କେରଳରେ ସର୍ବାଧିକ ୫,୮୪୮, ମହାରାଷ୍ଟ୍ରରେ ୯୫୬, ପଶ୍ଚିମବଙ୍ଗରେ ୮୭୫, ତାମିଲନାଡୁରେ ୮୦୫ ଏବଂ ଓଡ଼ିଶାରେ ୨୬୨ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
ରେକର୍ଡ ହୋଇଥିବା ସମୁଦାୟ ନୂତନ ସଂକ୍ରମଣରୁ ଉପରୋକ୍ତ ୫ଟି ରାଜ୍ୟର ସଂକ୍ରମଣ ହାର ରହିଛି ୮୫.୫%। ଏଥିରେ କେବଳ କେରଳର ରହିଛି ୫୭.୧୭% ନୂତନ ସଂକ୍ରମଣ।
The post ୨୪ ଘଣ୍ଟାରେ ଭାରତରେ ୧୦,୨୨୯ କୋଭିଡ୍-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୧୨୫ first appeared on Sambad.from କରୋନା | Sambad https://ift.tt/3FgAnTH
0 Comments