ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୯ ହଜାର ପାଖାପାଖି ଥିବା ବେଳେ ମୃତ୍ୟୁସଂଖ୍ୟା ୩୦୦ରୁ ଯଥେଷ୍ଟ କମ୍‌ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮,୯୫୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୬୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୫,୯୬,୭୭୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୬୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୯,୨୪୭ରେ ପହଞ୍ଚିଛି।

Image Courtesy of The Financial Express

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦,୨୦୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୦,୨୮,୫୦୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୯୦୨୩।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୨୪,୧୦,୮୬,୮୫୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୪,୨୪,୧୨,୩୧୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୧,୦୮,୪୬୭ଟି ନମୁନା।

The post ୨୪ ଘଣ୍ଟାରେ ଭାରତରେ ୮,୯୫୪ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୨୬୭ first appeared on Sambad.

from କରୋନା | Sambad https://ift.tt/3ljnvEP