ଭୁବନେଶ୍ୱର: ରାଜ୍ୟରେ ଆଜି ୨୫୪ ଜଣ ଆକ୍ରାନ୍ତ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୭୫୯ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୨୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଯାଜପୁର, ସମ୍ବଲପୁରରୁ ୧୨ ଜଣ ଲେଖାଏଁ, ବାଲେଶ୍ୱର, ସୁନ୍ଦରଗଡ଼ରୁ ୧୧ ଜଣ ଲେଖାଏଁ, ଗଜପତିରୁ ୧୦, ପୁରୀରୁ ୯, କେନ୍ଦ୍ରାପଡ଼ାରୁ ୬, ଢେଙ୍କାନାଳ, ଜଗତସିଂହପୁର, ମୟୂରଭଂଜ, ନୂଆପଡ଼ାରୁ ୪ ଜଣ ଲେଖାଏଁ, ବଲାଙ୍ଗୀର, ଗଂଜାମ, କଳାହାଣ୍ଡି, ନୟାଗଡ଼ରୁ ୩ ଜଣ ଲେଖାଏଁ, ବୌଦ୍ଧ, କେରାପୁଟରୁ ୨-୨, ବରଗଡ଼, ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୨୪ ଜଣ ଲେଖାଏଁ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୫୪ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ first appeared on Sambad.

from କରୋନା | Sambad https://ift.tt/3oscMbX