
ଭୁବନେଶ୍ୱର: ରାଜ୍ୟରେ ଆଜି ୨୩୬ ଜଣ ଆକ୍ରାନ୍ତ କରୋନା ଭାଇରସ୍ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୯ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୯୯୫ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୧୫ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଯାଜପୁର ୮, ଜଗତସିଂହପୁର, ପୁରୀରୁ ୬-୬, ଦେବଗଡ଼ରୁ ୫, ବଲାଙ୍ଗୀର, ମାଲକାନଗିରି, ସମ୍ବଲପୁରରୁ ୪ ଜଣ ଲେଖାଏଁ, ଗଂଜାମ, କୋରାପୁଟରୁ ୩-୩, ବାଲେଶ୍ୱର, ମୟୂରଭଂଜରୁ ୨-୨, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦ୍ରାପଡ଼ା, ନୟାଗଡ଼ରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୩୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୩୬ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୯ first appeared on Sambad.from କରୋନା | Sambad https://ift.tt/3qEIXri
0 Comments