ଭୁବନେଶ୍ୱର: ରାଜ୍ୟରେ ଆଜି ୩୦୯ ଜଣ ଆକ୍ରାନ୍ତ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୧ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୩୦୦ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୧୯ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଯାଜପୁରରୁ ୧୫, ସମ୍ବଲପୁରରୁ ୮, ଗଜପତିରୁ ୭, ବାଲେଶ୍ୱର, ଜଗତ୍‌ସିଂହପୁର, ରାୟଗଡ଼ାରୁ ୫-୫, ଝାରସୁଗୁଡ଼ା, କେନ୍ଦ୍ରାପଡ଼ାରୁ ୪-୪, ସୁବର୍ଣ୍ଣପୁର, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଦେବଗଡ଼, ମୟୂରଭଂଜରୁ ୨-୨, ଗଂଜାମ, ପୁରୀରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୪୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୩୦୯ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୧ first appeared on Sambad.

from କରୋନା | Sambad https://ift.tt/3Dfkzjx