ଭୁବନେଶ୍ୱର: ରାଜ୍ୟରେ ଆଜି ୧୯୨ ଜଣ ଆକ୍ରାନ୍ତ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୩ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୭୨୮ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଯାଜପୁର ଜିଲ୍ଲାରୁ ୧୪ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୧୨, ମୟୂରଭଂଜରୁ ୧୦, ବୌଦ୍ଧରୁ ୯, ଅନୁଗୁଳରୁ ୭, ସମ୍ବଲପୁରରୁ ୬, କେନ୍ଦୁଝରରୁ ୫, ଗଜପତି, କନ୍ଧମାଳରୁ ୪-୪, ବାଲେଶ୍ୱର, କଟକ, ଢେଙ୍କାନାଳ, ଗଂଜାମରୁ ୩-୩, କେନ୍ଦ୍ରାପଡ଼ା, ନୟାଗଡ଼ରୁ ୨ ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୧୯ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଜି ୧୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୧୯୨ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୩ first appeared on Sambad.

from କରୋନା | Sambad https://ift.tt/3m68qa6