ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୯ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୪ ଶହ ପାଖାପାଖି ରହିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୭୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୯,୭୨୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮,୧୯୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୦,୫୩,୮୫୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୯,୯୭୪।

Image Courtesy of NDTV

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୨୬,୫୩,୪୪,୯୭୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୪,୬୦,୨୬,୭୮୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୨,୫୨,୫୯୬ଟି ନମୁନା।

The post ୨୪ ଘଣ୍ଟାରେ ଭାରତରେ ୯,୨୧୬ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୩୯୧ first appeared on Sambad.

from କରୋନା | Sambad https://ift.tt/31tB4un