୫୦ ତଳକୁ ଖସିଲା ରାଜଧାନୀରେ କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ବର: ରାଜଧାନୀରେ କରୋନା ସଂକ୍ରମଣ ସଂଖ୍ୟା ୫୦ ତଳଳୁ ଖସିଛି। ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

 

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୯ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୦ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୨୩୩୧୧ଜଣ ଚିହ୍ନଟ ହୋଇଥିବା ବେଳେ ୧୨୧୩୭୨ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୮୨୨ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୯୬ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

The post ୫୦ ତଳକୁ ଖସିଲା ରାଜଧାନୀରେ କରୋନା ସଂକ୍ରମଣ ସଂଖ୍ୟା first appeared on Sambad.

from କରୋନା | Sambad https://ift.tt/3mUvSaP

Post a Comment

0 Comments