ଭୁବନେଶ୍ୱର: ରାଜ୍ୟରେ ଆଜି ୨୫୭ ଜଣ ଆକ୍ରାନ୍ତ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୬ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୪୬୧ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ମୟୂରଭଂଜ ଜିଲ୍ଲାରୁ ୧୫ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। କଟକରୁ ୧୦, ଯାଜପୁରରୁ ୯, କେନ୍ଦୁଝର, ସୁନ୍ଦରଗଡ଼ରୁ ୮ ଜଣ ଲେଖାଏଁ, ନୟାଗଡ଼ରୁ ୬, ପୁରୀରୁ ୫, ବରଗଡ଼, ଭଦ୍ରକ, ଝାରସୁଗୁଡ଼ାରୁ ୩-୩, ଗଂଜାମ, କେନ୍ଦ୍ରାପଡ଼ାରୁ ୨-୨, ଦେବଗଡ଼, ଜଗତସିଂହପୁର, ମାଲକାନଗିରିରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୩୪ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୫୭ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୬ first appeared on Sambad.

from କରୋନା | Sambad https://ift.tt/3dka03h