
ଭୁବନେଶ୍ୱର: ରାଜ୍ୟରେ ଆଜି ୧୭୨ ଜଣ କରୋନା ଭାଇରସ୍ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୩ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୩୯୧ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୧୫ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୧୧, କେନ୍ଦ୍ରାପଡ଼ା, ମୟୂରଭଂଜ, ସମ୍ବଲପୁରରୁ ୭ ଜଣ ଲେଖାଏଁ, ଦେବଗଡ଼ରୁ ୬, ଯାଜପୁରରୁ ୪, ବାଲେଶ୍ୱର, ଗଂଜାମ, ପୁରୀରୁ ୩ ଜଣ ଲେଖାଏଁ, ନୟାଗଡ଼ରୁ ୨, ଝାରସୁଗୁଡ଼ା, କୋରାପୁଟରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୧୯ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
ରାଜ୍ୟରେ ଆଜି ୧୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୧୭୨, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୩ first appeared on Sambad.from କରୋନା | Sambad https://ift.tt/3EosFpu
0 Comments