ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରୁ ଗତ ୨୪ ଘଣ୍ଟା ମଧ୍ୟରେ ୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହିତ ୧୦୫ ଜଣ କରୋନା ଆକ୍ରାନ୍ତ ରାଜଧାନୀରୁ ସୁସ୍ଥ ହୋଇଥିବା ରିପୋର୍ଟ ମିଳିଛି।

୪୬ ଜଣଙ୍କ ମଧ୍ୟରୁ ସଂଗରୋଧରୁ ୧୫ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୧ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

 

କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୨୧୮୨୫ରେ ପହଞ୍ଚଛି । ଏଥିରୁ ୧୧୯୫୭୦ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୮୭ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୧୨୪୭ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି । ଏବେ ବି ଆମକୁ ସତର୍କ ରହିବା ସହିତ କରୋନା ଗାଇଡଲାଇନକୁ କଡ଼ାକଡ଼ି ପାଳନ କରିବାକୁ ହେବ ବୋଲି କହିଛନ୍ତି ରାଜ୍ୟ ସରକାର।

The post ଖୁସି ଖବର: ଅନେକ ଦିନ ପରେ ଭୁବନେଶ୍ବରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦ ତଳକୁ ଖସିଛି first appeared on Sambad.

from କରୋନା | Sambad https://ift.tt/3EyYf4X