
ଭୁବନେଶ୍ୱର: ରାଜ୍ୟରେ ଆଜି ୧୭୧ ଜଣ ଆକ୍ରାନ୍ତ କରୋନା ଭାଇରସ୍ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୯ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୫୩୬ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଯାଜପୁର ଜିଲ୍ଲାରୁ ୧୪ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ମୟୂରଭଂଜରୁ ୧୩, କଟକରୁ ୮, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ାରୁ ୪ ଜଣ ଲେଖାଏଁ, ଢେଙ୍କାନାଳ, ସୁନ୍ଦରଗଡ଼ରୁ ୩-୩, ଗଂଜାମ, ଝାରସୁଗୁଡ଼ା, ପୁରୀ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ଜଗତସିଂହପୁର ଜିଲ୍ଲାରୁ ଜଣେ ଓ ରାଜ୍ୟପୁଲରୁ ୨୦ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
ରାଜ୍ୟରେ ଆଜି ୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୧୭୧ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୯ first appeared on Sambad.from କରୋନା | Sambad https://ift.tt/3E2ZsRb
0 Comments