ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ପ୍ରାୟ ସାଢ଼େ ୬ ହଜାରରୁ ଅଧିକ ଥିବାବେଳେ ମୃତ୍ୟୁସଂଖ୍ୟା ୪ ଶହରୁ କମ୍‌ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୬୫୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୭୪ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୭,୭୨,୬୨୬ରେ ପହଞ୍ଚିଛି।

Image Courtesy of Mid-day

ଗତ ୨୪ ଘଣ୍ଟାରେ ହୋଇଥିବା ୩୭୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୯,୧୩୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭,୦୫୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୨,୧୫,୯୭୭।

Image Courtesy of UN Women Data Hub

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭୮,୨୯୧।

ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୩୫୮ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୦,୩୧,୬୩,୦୬୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୬,୯୮,୦୯,୮୧୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୧,୬୫,୮୮୭ଟି ନମୁନା।

The post ୨୪ ଘଣ୍ଟାରେ ଭାରତରେ ୬,୬୫୦ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୩୭୪ first appeared on Sambad.

from କରୋନା | Sambad https://ift.tt/3pqUnOw