ଭୁବନେଶ୍ୱର: ରାଜ୍ୟରେ ଆଜି ୨୧୨ ଜଣ ଆକ୍ରାନ୍ତ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୮ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୬୭୩ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ମୟୂରଭଂଜ ଜିଲ୍ଲାରୁ ୨୬ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ବାଲେଶ୍ୱରରୁ ୧୩, କଟକରୁ ୧୨, ଯାଜପୁର, ସୁନ୍ଦରଗଡ଼ରୁ ୧୦-୧୦, ସମ୍ବଲପୁରରୁ ୭, ପୁରୀରୁ ୫, ଗଂଜାମ, ଜଗତସିଂହପୁର, ଝାରସୁଗୁଡ଼ାରୁ ୩ ଜଣ ଜଣେ ଲେଖାଏଁ, ଭଦ୍ରକ, ବଲାଙ୍ଗୀର, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ୨-୨ ଜଣ, ଦେବଗଡ଼, କେନ୍ଦୁଝରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୨୨ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୧୨ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୮ first appeared on Sambad.

from କରୋନା | Sambad https://ift.tt/3xSvkGA