ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨୦ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, ଖୋର୍ଦ୍ଧାରୁ ୭୯ ଜଣ, ମୟୂରଭଞ୍ଜରୁ ୪ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୨ଜଣ ଓ ଷ୍ଟେଟ ପୁଲରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୨ହଜାର ୪୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୨ ହଜାର ୨ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୯୭୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୫୪ କରୋନା ପଜିଟିଭ୍ ଚିହ୍ନଟ,୨୬ଜଣ ଶିଶୁ ଓ କିଶୋର ସଂକ୍ରମିତ first appeared on Sambad.

from କରୋନା | Sambad https://ift.tt/3dZqVZf