ଭୁବନେଶ୍ୱର: ରାଜ୍ୟରେ ଆଜି ୧୦୮ ଜଣ ଆକ୍ରାନ୍ତ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୬ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୮୩୬ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ପୁରୀ ଜିଲ୍ଲାରୁ ୧୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ୭, କଟକ, ଯାଜପୁରରୁ ୫-୫, କେନ୍ଦ୍ରାପଡ଼ାରୁ ୪, ଜଗତସିଂହପୁର, ମୟୂରଭଂଜରୁ ୩-୩, ବରଗଡ଼, ଝାରସୁଗୁଡ଼ାରୁ ୨-୨, ଭଦ୍ରକ, ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୧୨ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଜି ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୮ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୭ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୧୦୮ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୬ first appeared on Sambad.

from କରୋନା | Sambad https://ift.tt/3pYudBz