ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୯ ଜଣ, ଢେଙ୍କାନାଳରୁ ୩ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧୪ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, ଖୋର୍ଦ୍ଧାରୁ ୮୩ ଜଣ, ମୟୂରଭଞ୍ଜରୁ ୧୩ ଜଣ, ପୁରୀରୁ ୨ ଜଣ, ସମ୍ୱଲପୁରରୁ ୧୨ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟ ପୁଲରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୦ହଜାର ୨୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୯ ହଜାର ୪୬୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୩୧୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୮୯ କରୋନା ପଜିଟିଭ୍ ଚିହ୍ନଟ, ୨୫ ଜଣ ଶିଶୁ ଓ କିଶୋର ସଂକ୍ରମିତ first appeared on Sambad.

from କରୋନା | Sambad https://ift.tt/3ooJvzV