ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ସାଢ଼େ ୮ ହଜାରରୁ କିଛି ଥିବା ବେଳେ ମୃତ୍ୟୁସଂଖ୍ୟା ସାଢ଼େ ୩ ଶହରୁ କମ୍‌ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୧୪୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୮୯ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୭,୩୩,୧୯୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୮୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୭,୧୫୮ରେ ପହଞ୍ଚିଛି।

Image Courtesy of The Economic Times

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮,୭୦୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୧,୭୧,୪୭୧।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮୪,୫୬୫।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୩୬,୬୬,୦୫,୧୭୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୬,୨୮,୯୭,୩୮୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୨,୪୫,୪୦୨ଟି ନମୁନା।

The post ୨୪ ଘଣ୍ଟାରେ ଭାରତରେ ୭,୧୪୫ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୨୮୯ first appeared on Sambad.

from କରୋନା | Sambad https://ift.tt/3q5jzZJ