ଭୁବନେଶ୍ବର: ପଡ଼ୋଶୀ ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗରେ ‘ଓମିକ୍ରନ୍’ ଆକ୍ରାନ୍ତ ଚିହ୍ନଟ ହେବା ପରେ ଓଡ଼ିଶା ପାଇଁ ଚିନ୍ତା ବଢ଼ିଛି। ଯଦିଓ ରାଜ୍ୟରେ ଏ ପର୍ଯ୍ୟନ୍ତ ଓମିକ୍ରନ୍ ଯୋଗୁଁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି, ତଥାପି ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସୀମାନ୍ତ ଜିଲ୍ଲାମାନଙ୍କୁ ସତର୍କ ରହିବାକୁ କହିଛନ୍ତି। ଡିଏମ୍ଇଟି ପ୍ରଫେସର ଡା.ରମାରମଣ ମହାନ୍ତି କହିଛନ୍ତି ଯେ ତୃତୀୟ ଲହରକୁ ନେଇ ସମସ୍ତ କୋଭିଡ ହସ୍ପିଟାଲକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ସହଭାଗିତାରେ ଚାଲିଥିବା ଘରୋଇ କୋଭିଡ ହସ୍ପିଟାଲ ଗୁଡିକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ-୧୯ ସଂକ୍ରମଣ ବଢ଼ିଲେ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ପ୍ରସ୍ତୁତ। ହସ୍ପିଟାଲରେ ଅକ୍ସିଜେନ, ମେଡିସିନ ମହଜୁଦ ରଖିବାକୁ କୁହାଯାଇଛି।
ସୂଚନାଯୋଗ୍ୟ, ଦେଶରେ କୋଭିଡ-୧୯ର ନୂଆ ଭାରିଆଣ୍ଟ ଓମିକ୍ରନ୍ ସଂକ୍ରମଣ ଧୀରେ ଧୀରେ କାୟା ବିସ୍ତାର କରୁଛି। ଦିଲ୍ଲୀ, ମୁମ୍ବାଇ ସମେତ ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ତାମିଲନାଡୁ, ଗୁଜୁରାଟ, ରାଜସ୍ଥାନ ସମେତ ମୋଟ ୧୧ଟି ରାଜ୍ୟରେ ଓମିକ୍ରନ ଚିହ୍ନଟ ହୋଇସାରିଛ। ଦେଶରେ ବିଭିନ୍ନ ରାଜ୍ୟରେ ଏପର୍ଯ୍ୟନ୍ତ ୧୦୧ ଜଣ ଓମିକ୍ରନ୍ ଚିହ୍ନଟ ହୋଇଥିବା ନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲଭ୍ ଅଗ୍ରୱାଲ୍ ସୂଚନା ଦେଇଛନ୍ତି। ସରକାର ଏହାରି ଉପରେ ସ୍ବତନ୍ତ୍ର ନଜର ରଖିଛନ୍ତି।
The post କରୋନା ସଂକ୍ରମଣ ବଢ଼ିଲେ ତୁରନ୍ତ କାର୍ଯ୍ୟକ୍ଷମ ହେବ କୋଭିଡ ହସ୍ପିଟାଲ: ଡିଏମ୍ଇଟି first appeared on Sambad.from କରୋନା | Sambad https://ift.tt/3yxCDUt
0 Comments