ଭୁବନେଶ୍ୱର: ରାଜ୍ୟରେ ଆଜି ୨୩୩ ଜଣ ଆକ୍ରାନ୍ତ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୦ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୩୬୫ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଯାଜପୁର ଜିଲ୍ଲାରୁ ୨୩ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୧୪, ବାଲେଶ୍ୱରରୁ ୧୨, କଟକ, ମୟୂରଭଂଜରୁ ୧୧-୧୧, ଗଂଜାମରୁ ୪, କେନ୍ଦୁଝର, ପୁରୀରୁ ୩-୩, ଦେବଗଡ଼, ଝାରସୁଗୁଡ଼ାରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୩୦ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୨୩୩ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୦ first appeared on Sambad.

from କରୋନା | Sambad https://ift.tt/3GDfHpG