
ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୯ ହଜାରରୁ ପାଖାପାଖି ଥିବା ବେଳେ ମୃତ୍ୟୁସଂଖ୍ୟା ୩ ହଜାରରୁ ଯଥେଷ୍ଟ କମ୍ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮,୮୯୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୭୯୬ ମୃତ୍ୟୁ ରେକର୍ଡ କରାଯାଇଛି। ବିହାର ତା’ର ମୃତ୍ୟୁସଂଖ୍ୟାରେ ଆହୁରି ୨,୪୨୬ ଅନ୍ତର୍ଭୁକ୍ତ କରିବାରୁ ଏବଂ କେରଳ ପିଛିଲା ଭାବେ ୨୬୩ ମୃତ୍ୟୁ ଯୋଗ କରିବାରୁ ଆଜିର ଡାଟାବେସ୍ରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୬,୩୩,୨୫୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୭୯୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୩,୩୨୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୬,୯୧୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୦,୬୦,୭୭୪।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୯,୧୫୫।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୨୭,୬୧,୮୩,୦୬୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୪,୭୨,୫୨,୮୫୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୨,୨୬,୦୬୪ଟି ନମୁନା।
Image Courtesy of Deccan Herald
Image Courtesy of Tribune India
The post ୨୪ ଘଣ୍ଟାରେ ଭାରତରେ ୮,୮୯୫ କୋଭିଡ୍-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୨୭୯୬ first appeared on Sambad.from କରୋନା | Sambad https://ift.tt/3xZ7LMq
0 Comments