ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୮ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୨ ଶହରୁ ସାମାନ୍ୟ କମ୍‌ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮,୪୩୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୯୫ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୬,୫୬,୮୨୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୯୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୩,୯୫୨ରେ ପହଞ୍ଚିଛି।

Image Courtesy of The Indian Express

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯,୫୨୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୦,୮୯,୧୩୭।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୩,୭୩୩।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୨୯,୫୪,୧୯,୯୭୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୫,୦୬,୬୦,୧୪୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୨,୧୩,୧୩୦ଟି ନମୁନା।

The post ୨୪ ଘଣ୍ଟାରେ ଭାରତରେ ୮,୪୩୯ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୧୯୫ first appeared on Sambad.

from କରୋନା | Sambad https://ift.tt/3EEGiC4