ଭୁବନେଶ୍ୱର: ରାଜଧାନୀର ବାଣୀବିହାରସ୍ଥିତ ଡିସିପି ଅଫିସକୁ ବିଏମସି ସିଲ୍ କରିଥିବା ଜଣାଯାଇଛି। ଡିସିପି ଅଫିସର ଏକାଧିକ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଏହି ଅଫିସକୁ ସିଲ୍ କରାଯାଇଛି।

ଡିସିପି ଅଫିସରୁ ଏକାଧିକ କର୍ମଚାରୀ ସଂକ୍ରମିତ ହେବା ପରେ ଏଭଳି ପଦକ୍ଷେପ ନିଆଯାଇଥିବା କୁହାଯାଇଛି। ସଂକ୍ରମଣ ରୋକିବାକୁ ସେହି ଅଞ୍ଚଳକୁ ସାନିଟାଇଜ କରାଯିବା ସହ ସେହି ସ୍ଥାନକୁ ନ ଯିବା ପାଇଁ ବାରଣ କରାଯାଇଛି। ୨ ଦିନ ପାଇଁ ଡିସିପି ଅଫିସକୁ ସିଲ୍ କରିଛି ବିଏମସି।

ଏଣେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୯୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।  ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ ବାଲେଶ୍ବର ଜିଲ୍ଲାରୁ ୩୪ ଜଣ, ବରଗଡ଼ରୁ ୧୪ ଜଣ, ବଲାଙ୍ଗୀରୁ ୪ ଜଣ, କଟକରୁ ୫୯ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ଜଣ, ଗଜପତିରୁ ୪ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୨୫ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୮ ଜଣ, ଖୋର୍ଦ୍ଧାରୁ ୨୬୩ ଜଣ, କୋରାପୁଟରୁ ୯ ଜଣ, ମୟୂରଭଞ୍ଜରୁ ୮ ଜଣ, ନବରଙ୍ଗପୁରରୁ ୧୩ ଜଣ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୧୫ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୪୨ ଜଣ, ସୋନପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୬୯ ଜଣ ଓ ଷ୍ଟେଟ ପୁଲରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

The post ଏକାଧିକ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଡିସିପି ଅଫିସକୁ ସିଲ୍ କଲା ବିଏମସି first appeared on Sambad.

from କରୋନା | Sambad https://ift.tt/3EW4tv0