ଭୁବନେଶ୍ବର: ରାଜଧାନୀରେ କରୋନା ସଂକ୍ରମଣ ସଂଖ୍ୟା ୧୦୦ ତଳଳୁ ଖସି ଆସିଛି। ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୯୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

 

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୫ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୬ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୨୩୯୭୧ଜଣ ଚିହ୍ନଟ ହୋଇଥିବା ବେଳେ ୧୨୨୦୯୭ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୭୫୩ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୧୦୦ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

The post ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୯୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/3t8HCKL